ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୫୩ କୋରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ସୁସ୍ଥ ହେଲେ ଆଉ ୫୩ କୋରୋନା ଆକ୍ରାନ୍ତ । ଫଳରେ ରାଜ୍ୟରେ ମୋଟ ୫୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ମିଳିଛି ।
ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୦ ଜଣ,ଯାଜପୁର ଜିଲ୍ଲାରୁ ୧୮ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଏବଂ କେନ୍ଦୁଝର ଜିଲ୍ଲାରୁ ୨ ଜଣ ରହିଛନ୍ତି । ଅନ୍ୟପଟେ ଆଜି ରାଜ୍ୟରେ ୬୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିଲେ । ପୁରୀ ଜିଲ୍ଲାରୁ ୧୬ ଜଣ, ନୟାଗଡ ଜିଲ୍ଲାରୁ ୧୩ ଜଣ, ଗଞ୍ଜାମ ଜିଲ୍ଲାରୁ ୭ ଜଣ, ଅନୁଗୋଳ ଜିଲ୍ଲାରୁ ୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କଟକ ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୪ ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ନୂଆପଡା ଜିଲ୍ଲାରୁ ଜଣେ ଏବଂ ଢେଙ୍କାନାଳ ଜିଲ୍ଲାରୁ ଜଣେ ରହିଥିଲେ ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୩୩୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସେମାନଙ୍କ ମଧ୍ୟରୁ ୫୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେବି ରାଜ୍ୟରେ ୭୭୮ ଟି ଆକ୍ଟିଭ୍ କେସ୍ ରହିଛି । ୭ ଜଣଙ୍କର ମୃତ୍ୟୁ ହୋଇଛି ।