ରାଜ୍ୟରେ କରୋନା ରେକର୍ଡ; ୫୬୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ଆଉ ୫୬୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଓଡ଼ିଶାରୁ ରେକର୍ଡ଼ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୧୦୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୨୫ସଙ୍ଗରୋଧ କେନ୍ଦ୍ରରୁ ଓ ୧୩୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ୫୬୧ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୮୧ ଜଣ, ରାୟଗଡ଼ା ଜିଲ୍ଲାରୁ ୭୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ବରଗଡ଼ ଜିଲ୍ଲାରୁ ୨୧ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୧୦ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ଜଗତସିଂହପୁର ଓ କେନ୍ଦୁଝର ଜିଲ୍ଲାରୁ ୬ ଜଣ ଲେଖାଏଁ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରୁ ୫ ଜଣ ଲେଖାଏଁ, କୋରାପୁଟ ଜିଲ୍ଲାରୁ ୪ ଜଣ, ଢ଼େଙ୍କାନାଳ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ଝାରସୁଗୁଡା ଓ କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ ଲେଖାଏଁ, ଭଦ୍ରକ ଓ ପୁରୀ ଜିଲ୍ଲାରୁ ଜଣେ ଲୋଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୫୫୦୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୭ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Leave a Reply

Your email address will not be published.