ରାଜ୍ୟରେ କରୋନା ନେଲା ୫୯ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୩୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦ଜଣ, ବରଗଡ଼, ଢେଙ୍କାନାଳ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ସୁନ୍ଦରଗଡ଼, ରାୟଗଡ଼ା, ନୟାଗଡ଼,ଗଞ୍ଜାମ ଜିଲ୍ଲାରୁ ୪ଜଣ ରହିଥିବା ବେଳେ କଳାହାଣ୍ଡି, କେନ୍ଦ୍ରାପଡ଼ା, ନବରଙ୍ଗପୁର ଜିଲ୍ଲାରୁ ୩ଜଣ ରହିଛନ୍ତି । ସେହିପରି କଟକ, ଯାଜପୁର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ , ଜଗତସିଂହପୁର, କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।