ପୁରୀରେ ୫-ଟି ସଚିବ ଭି.କେ ପାଣ୍ଡିଆନ୍

ପୁରୀ, (ଓଡିଶା ଟାଇମ୍) : ରାଜ୍ୟ ସରକାରଙ୍କ ଫୋକସ୍‌ରେ ଏବେ ପୁରୀର ବିକାଶ । ଶନିବାର ପୁରୀ ଗସ୍ତରେ ୫-ଟି ସଚିବ । ବରିଷ୍ଠ ଅଧିକାରୀଙ୍କ ସହ ପୁରୀର ବିଭିନ୍ନ ବିକାଶମୂଳକ କାମର ସମୀକ୍ଷା କରିଛନ୍ତି ୫-ଟି ସଚିବ ଭି.କେ. ପାଣ୍ଡିଆନ । ତେବେ  ୫-ଟି ସଚିବଙ୍କ ସହ ଉନ୍ନୟନ କମିଶନର ସୁରେଶ ମହାପାତ୍ର, ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ୍ କୁମାର , ପୁରୀ ଜିଲ୍ଲାପାଳ ଓ ଏସ୍‌ପି ପ୍ରମୁଖ ଉପସ୍ଥିତ ରହିଥିଲେ ।

ସେହିପରି ୨୫ରୁ ୩୧ ପୁରୀ ସହରବାସୀ ଦର୍ଶନ କରିବାକୁ ସ୍ଥିର ହୋଇଛି ଏଣୁ ମନ୍ଦିରରେ କିଭଳି ଶୃଙ୍ଖଳିତ ଦର୍ଶନ ହୋଇପାରିବ, ତାହାର ସମୀକ୍ଷା କରିଛନ୍ତି ଉଚ୍ଚ ଅଧିକାରୀ। ଏହାଛଡ଼ା ଏହି ଟିମ୍ ଶ୍ରୀମନ୍ଦିର ଚାରିପାଖର ବିକାଶ ଓ ହେରିଟେଜ୍ କରିଡରର ଉନ୍ନତିକରଣ କାର୍ଯ୍ୟ ବୁଲି ଦେଖିଛନ୍ତି। ଶ୍ରଦ୍ଧାଳୁଙ୍କ ପାଇଁ ମନ୍ଦିର ଖୋଲୁଥିବାରୁ ମନ୍ଦିର ଚାରିପଟ ଓ ଐତିହ୍ୟସ୍ଥଳର ସଫେଇ କାର୍ଯ୍ୟ ତ୍ୱାରାନ୍ୱିତ କରିବାକୁ କୁହାଯାଇଛି।

ଏହାଛଡ଼ା ୨୦ ମିଟର ଚଉଡ଼ା ବିଶିଷ୍ଟ ଆଉଟର ରିଙ୍ଗରୋଡ଼ ନିର୍ମାଣ କାର୍ଯ୍ୟ ଅଗ୍ରଗତି ନେଇ ମଧ୍ୟ ସମୀକ୍ଷା କରିଛନ୍ତି ଫାଇଭ୍ ଟି ସଚିବ। ଏହାସହ ସମାନ୍ତରାଳ ଭାବେ ଲୋକଙ୍କ ସେବାକୁ ପ୍ରାଧାନ୍ୟ ଦେବାକୁ ମଧ୍ୟ ଗୁରୁତ୍ୱ ଦିଆଯାଇଛି। ହେରିଟେଜ୍ କରିଡର ଓ ବଫର ଏରିଆ ପାଇଁ ଜମି ଅଧିଗ୍ରହଣ ତ୍ୱରାନ୍ୱିତ ହେବ ବୋଲି କୁହାଯାଇଛି। ପୂର୍ବରୁ ମୁଖ୍ୟମନ୍ତ୍ରୀ ଏସବୁ କାର୍ଯ୍ୟର ସମୀକ୍ଷା କରିଛନ୍ତି। ତେବେ ଏହା ପରେ କାର୍ଯ୍ୟ କେତେଦୂର ଅଗ୍ରଗତି ହୋଇଛି ସେନେଇ ଫାଇଭ ଟି ସଚିବ ଆଜି ସମୀକ୍ଷା କରିଛନ୍ତି।

Leave a Reply

Your email address will not be published. Required fields are marked *