ରାଜ୍ୟରେ ଶହେ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଉ ୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ) : ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଏହାରି ମଧ୍ୟରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୦ ଟପିଛି । ଆଜି ରାଜ୍ୟରେ ୬୪୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ  । ଏହାରି ମଧ୍ୟରେ ରାଜ୍ୟରେ ଆଉ ୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ କରୋନା ମୃତ୍ୟୁ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଟ୍ବିଟ୍ ଅନୁଯାୟୀ ୬ ମୃତକ ଯଥାକ୍ରମେ କେନ୍ଦ୍ରାପଡା, କଟକ, ଗଜପତି, ଜଗତସିଂହପୁର, ଖୋର୍ଦ୍ଧା ଏବଂ ରାୟଗଡା ଜିଲ୍ଲାର । କେନ୍ଦ୍ରାପଡା ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ, ଉଚ୍ଚ ରକ୍ତଚାପ ଏବଂ ଇଣ୍ଟ୍ରା-କ୍ରାନିଆଲ୍ ରକ୍ତସ୍ରାବରେ ପୀଡିତ ଥିଲେ । କଟକ ଜିଲ୍ଲାର ଜଣେ ୨୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଜପତି ଜିଲ୍ଲାର ଜଣେ ୬୮ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ଜଗତସିଂହପୁର ଜିଲ୍ଲାର ଜଣେ ୫୮ ବର୍ଷ ବୟସ୍କ ପୁରୁଷ ଯିଏ ମଧ୍ୟ ଫୁସଫୁସ କର୍କଟରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୭୫ ବର୍ଷ ବୟସ୍କ ପୁରୁଷ ଯିଏ କ୍ରୋନିକ୍ ବ୍ରୋଙ୍କାଇକ୍ଟାସିସ୍ ରୋଗରେ ପୀଡିତ ଥିଲେ । ରାୟଗଡା ଜିଲ୍ଲାର ଜଣେ ୭୪ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ ।

 

Leave a Reply

Your email address will not be published.