ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୬୧୨ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୦,୪୭୬କୁ ବୃଦ୍ଧି ପାଇଛି ।

ଗଞ୍ଜାମରୁ ସର୍ବାଧିକ ୨୭୦, ସୁନ୍ଦରଗଡ଼ରୁ ୮୪, କେନ୍ଦୁଝରରୁ ୪୮, ଗଜପତିରୁ ୩୫, ବାଲେଶ୍ୱରରୁ ୩୧, ଖୋର୍ଦ୍ଧାରୁ ୨୮, ନୟାଗଡ଼ାରୁ ୨୫, ଯାଜପୁରରୁ ୨୦, ମୟୁରଭଞ୍ଜରୁ ୧୫, କଟକରୁ ୧୦, କୋରାପୁଟରୁ ୧୦, ଜଗତସିଂହପୁରୁ ୧୦, ବରଗଡ଼ରୁ ୬, ପୁରୀରୁ ୬, ବଲାଙ୍ଗୀରରୁ ୫, କେନ୍ଦ୍ରାପଡ଼ାରୁ ୩, କଳାହାଣ୍ଡିରୁ ୨, କନ୍ଧମାଳରୁ ୨, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୮୯୮ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୦୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.