ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୬ କରୋନା ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୭୩୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୦୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ୬୧୬ଜଣ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୨୮୩ ଜଣ, କୋରାପୁଟ ଜିଲ୍ଲାରୁ ୫୦ଜଣ, ଅନୁଗୋଳ ଜିଲ୍ଲାରୁ ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୭ଜଣ, ବରଗଡ ଜିଲ୍ଲାରୁ ୩୧ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୩, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଗଜପତି ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୮ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡା ଜିଲ୍ଲାରୁ ୧୧ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୨୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୯ଜଣ, ମାଲକାନଗିରି ଜିଲ୍ଲାରୁ ୧୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୦ଜଣ, ନୂଆପଡା ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ ରହିଛନ୍ତି ।