ରାଜ୍ୟରେ କରୋନା ନେଲା ୬୧ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୮୦୬ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୬ ଲେଖାଏଁ, ସମ୍ବଲପୁର, ସୁନ୍ଦରଗଡରୁ ୫ ଲେଖାଏଁ, କେନ୍ଦୁଝରରୁ ୪, କଟକ, ଢେଙ୍କାନାଳ, ନୟାଗଡରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

Leave a Reply

Your email address will not be published. Required fields are marked *