ରାଜ୍ୟରେ କରୋନା ନେଲା ୬୩ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୯୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୬୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩ଜଣ ରହିଥିବା ବେଳେ ବରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି । ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ଗଞ୍ଜାମ, ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଯାଜପୁର, ନୟାଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର , ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବଲାଙ୍ଗୀର, ଗଜପତି, କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି l

Leave a Reply

Your email address will not be published. Required fields are marked *