ରାଜ୍ୟରେ କରୋନା ନେଲା ୬୪ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୦୫୮ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୁରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।