ରାଜ୍ୟରେ ଆଉ ୬୪୩ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ରେକର୍ଡ ସଂଖ୍ୟକ ୬୪୩ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୯୨କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୪୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୪୪, ବାଲେଶ୍ୱରରୁ ୩୧, ମୟୂରଭଞ୍ଜରୁ ୨୮, କଟକରୁ ୨୭, ଜଗତସିଂହପୁରରୁ ୧୫, ବରଗଡରୁ ୧୪, କନ୍ଧମାଳରୁ ୧୪, ଢେଙ୍କାନାଳରୁ ୧୧, କେନ୍ଦୁଝରରୁ ୧୧, ଭଦ୍ରକରୁ ୮, ଗଜପତିରୁ ୬, ବଲାଙ୍ଗୀର ଓ ଝାରସୁଗୁଡାରୁ ୫ ଜଣ ଲେଖାଏଁ, ଯାଜପୁର ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, କେନ୍ଦ୍ରାପଡା ଓ କୋରାପୁଟରୁ ୩ ଜଣ ଲେଖାଏଁ, ସମ୍ବଲପୁରରୁ ୨ ଓ ଅନୁଗୁଳରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published.