ରାଜ୍ୟରେ ଆଉ ୬୪୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୪୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୭୫୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୧୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାର ୩୭ଜଣ, ବାଲେଶ୍ୱର ଜିଲ୍ଲାରୁ ୪୦ଜଣ, ବରଗଡ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୮୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ୨୮ଜଣ, ମାଲକାନଗିରି ଜିଲ୍ଲାରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ରାୟଗଡା ଜିଲ୍ଲାରୁ ୪୭ଜଣ, ନୟାଗଡ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *