ରାଜ୍ୟରେ କରୋନା ନେଲା ୬୬ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ଯାଜପୁର, ଖୋର୍ଦ୍ଧା, ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ , ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।