ରାଜ୍ୟରେ ଆଉ ୬୭୩ କରୋନା ପଜିଟିଭ୍ ଚିହ୍ନଟ, ୧୮୦୦୦ ଟପିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୨୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, କଟକ ଜିଲ୍ଲାରୁ ୩୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ୨୫, ଗଞ୍ଜାମ ଜିଲ୍ଲାରୁ ୨୩୯ଜଣ, ଜଗତସିଂହପୁର ଜିଲ୍ଲାରୁ ୩୬, ଯାଜପୁର ଜିଲ୍ଲାରୁ ୨୮ଜଣ, ଝାରସୁଗୁଡା ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, କୋରାପୁଟ ଜିଲ୍ଲାରୁ ୪୧ଜଣ, ମାଲକାନଗିରି ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧ଜଣ ରହିଛନ୍ତି ।

Leave a Reply

Your email address will not be published.