ରାଜ୍ୟରେ କରୋନା ନେଲା ୬୮ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୭୬୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୪୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୩ଜଣ , ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଭଦ୍ରକ, ଝାରସୁଗୁଡ଼ା, କେନ୍ଦୁଝର, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।











