ରାଜ୍ୟ ପାଇଁ ଭଲ ଖବର, ରାଜ୍ୟରେ ଆଉ ୬୮୧ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୬୮୧ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାସହ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯୫୪କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକରୁ ସର୍ବାଧିକ ୯୧ ଜଣ ଥିବା ବେଳେ ଗଜପତିରୁ ୮୮, କୋରାପୁଟରୁ ୬୬, ଖୋର୍ଦାରୁ ୬୧, ରାୟଗଡାରୁ ୫୭, ଗଞ୍ଜାମରୁ ୪୩, ସୁନ୍ଦରଗଡରୁ ୩୨, ନୟାଗଡରୁ ୩୦, ସୋନପୁରର ୨୫, କନ୍ଧମାଳରୁ ୨୦, ଢେଙ୍କାନାଳରୁ ୧୮ଜଣ ରହିଛନ୍ତି । ସେହିପରି କେଉଁଝରରୁ ୧୮, ଭଦ୍ରକରୁ ୧୬, ସମ୍ବଲପୁରରୁ ୧୫, ଜଗତସିଂପୁରରୁ ୧୪, ଯାଜପୁରରୁ ୧୪, ଦେବଗଡରୁ ୧୩, ମୟୂରଭଞ୍ଜ ଓ ପୁରୀରୁ ୧୦ ଜଣ ଲେଖାଏଁ, ଝାରସୁଗୁଡା ଓ କଳାହାଣ୍ଡିରୁ ୭ଜଣ ଲେଖାଏଁ, ବଲାଙ୍ଗୀରରୁ ୬, ଅନୁଗୋଳ, ବାଲେଶ୍ୱର ଓ ମାଲକାନଗିରିରୁ ୫ଜଣ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି । ଏତତ୍ ବ୍ୟତୀତ କେନ୍ଦ୍ରାପଡାରୁ ୪ ଓ ବୌଦ୍ଧରୁ ଜଣେ ଆରୋଗ୍ୟ ଲାଭ କରିଛନ୍ତି ।