ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ଓଡିଶାରେ ମୋଟ ୪ ଲକ୍ଷ ୨୩ ହଜାର ୨୫୭ ଜଣ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୦୯୧ ସୁସ୍ଥ ହୋଇଛନ୍ତି ।
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୦,୫୨୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୦୦୧୬୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୯୪୫ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୫୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୮୧୫୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୨୩୨୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୩୬୭୪୧୮ସାମ୍ପୁଲ ଟେଷ୍ଟ୍ ହୋଇଛି ।