ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୭ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୭୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬ ଜଣ, ବାଲେଶ୍ୱରରୁ ୧୦ ଜଣ, ସମ୍ବଲପୁରରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବରଗଡରୁ ୫ଜଣ, ସୁନ୍ଦରଗଡରୁ ୪ଜଣ, ବଲାଙ୍ଗୀର, ଝାରସୁଗୁଡା, ରାୟଗଡା ଓ କନ୍ଧମାଳରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ନୂଆପଡା ଓ ସୋନପୁରରୁ ଜଣେ ଲେଖାଏଁ ରହିଛନ୍ତି ।











