ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୯୨୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *