କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୨ ଜଣ, ବାଲେଶ୍ୱର, କଟକ, ଢେଙ୍କାନାଳ, କେନ୍ଦ୍ରାପଡା ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି ।











