ରାଜ୍ୟରେ ଆଉ ୭ ମୁଣ୍ଡ ନେଲା କରୋନା, ମୃତକଙ୍କ ସଂଖ୍ୟା ୯୦୯୮କୁ ବୃଦ୍ଧି

ଭୁବନେଶ୍ବର, (ଓଡ଼ିଶା ଟାଇମ୍):  ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୫ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, କଟକ, କନ୍ଧମାଳ, କେନ୍ଦ୍ରପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୭୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୫୦୧୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୫୦୧୪୮୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *