କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ୮୦୫ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଅନୁଗୁଳ ଓ ବାଲେଶ୍ୱରରୁ ୨ ଲେଖାଏଁ, ଭଦ୍ରକ,କଟକ ଓ ଖୋର୍ଦ୍ଧାରୁ ୧ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।