କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ

ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୭୮ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave a Reply

Your email address will not be published.