ରାଜ୍ୟରେ ଆଉ ୭ କରୋନା ସଂକ୍ରମିତ ପ୍ରାଣ ହରାଇଲେ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୩୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୧୫୬୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।