ରାଜ୍ୟରେ ଆଉ ୭୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୨୩୧,ଖୋର୍ଧାରୁ ୧୫୦ ଅନୁଗୋଳରୁ ୯, ବାଲେଶ୍ୱରରୁ ୯, ବରଗଡରୁ ୪, ବଦ୍ରକରୁ ୧୦, କଟକରୁ ୩୨, ଢେଙ୍କାନାଳରୁ ୬, ଗଜପତିରୁ ୨୧, ଜଗତସିଂପୁରରୁ ୧୬, ଝାରସୁଗୁଡାରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୪, କେଉଂଝରରୁ ୨୮, କୋରାପୁଟର ୨୭ ଜମ ରହିଛନ୍ତି ।

ସେହିପରି ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୧୩, ପୁରୀରୁ ୯, ରାୟଗଡାରୁ ୧୯, ସମ୍ବଲପୁରରୁ ୭, ସୋନପୁରରୁ ୫ ଓ ସୁନ୍ଦରଗଡରୁ ୧୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୧୦ରେ ପହଞ୍ଚିଛି। ସେଥିମଧ୍ୟରୁ ୧୦,୮୭୭ଜଣ ସୁସ୍ଥ ହୋଇଥିବାବେଳେ ୫,୧୨୪ ଜଣ ଚିକିତ୍ସାଧୀନ ଅଛନ୍ତି।

Leave a Reply

Your email address will not be published. Required fields are marked *