ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୨ କୋଭିଡ୍ ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୬୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *