ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୨ କୋଭିଡ୍ ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୬୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪ ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୂଆପଡା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୮ଜଣ, ରାୟଗଡା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ ଏବଂ ଷ୍ଟେଟ୍ ପୁଲ୍‌ରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *