ଆଜି ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୭୩ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ମୋଟ ୩୦୪୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।
ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳର ୧୪ ଜଣ ଥିବା ବେଳେ କେନ୍ଦୁଝରର ୧୧, ଖୋର୍ଦ୍ଧାର ୧୦ଜଣ, ଭଦ୍ରକର ୯ ଜଣ , ଯାଜପୁରରୁ ୭ଜଣ , ମୟୁରଭଞ୍ଜର ୬ଜଣ , ଗଞ୍ଜାମର ୪ଜଣ , କଟକର ୩ ଜଣ ସୁସ୍ଥ ହୋଇଛନ୍ତି ।
ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।