ରାଜ୍ୟ ପାଇଁ ଭଲ ଖବର, ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଉ ୭୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଫଳରେ ଏବେସୁଦ୍ଧା ମୋଟ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୧୦୫୦ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୮ଜଣ ବୌଦ୍ଧର ଥିବା ବେଳେ ୧୧ଜଣ ପୁରୀର ରହିଛନ୍ତି । ସେହିପରି ୧୦ଜଣ କେନ୍ଦ୍ରାପଡା, ୯ଜଣ କଟକ ଓ ୭ଜଣ ଖୋର୍ଧାର ସଂକ୍ରମିତ ସୁସ୍ଥ ହୋଇଛନ୍ତି ।ମାଲକାନଗିରିର ୨ଜଣ ଓ ଅନୁଗୁଳରୁ ୨ଜଣ ଏବଂ ଗଞ୍ଜାମ ୧ ବାଲେଶ୍ୱର ୧, ଯାଜପୁର ୧ ଓ କନ୍ଧମାଳ ଜିଲ୍ଲାର ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି ।
ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୯୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ,ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ ଏବଂ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ରହିଛନ୍ତି ।