ରାଜଧାନୀରୁ ଆଉ ୭୪ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡ଼ିଶା ଟାଇମ୍‌): ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୭୪  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୧୦ରେ ପହଞ୍ଚିଛି ।ସୋମବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୬ ଜଣ ରହିଥିବା ବେଳେ ୫୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୧୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୩୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୬୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୯୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୮ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *