ରାଜ୍ୟ ପାଇଁ ଭଲ ଖବର, ସୁସ୍ଥ ହେଲେ ଆଉ ୭୫ କୋରୋନା ସଂକ୍ରମିତ

ଭୁବନେଶ୍ଵର, (ଓଡ଼ିଶା ଟାଇମ୍‌): ରାଜ୍ୟ ପାଇଁ ଖୁସି ଖବର । ଆଜି ୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଜଣାପଡିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରୁ ସର୍ବାଧିକ ୨୫ଜଣ ଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୧୯ଜଣ, କଟକ ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୮ଜଣ, ନୟାଗଡ଼ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କନ୍ଧମାଳ ଓ ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲୋଖାଏଁ ସୁସ୍ଥ ହୋଇଛନ୍ତି । କେନ୍ଦୁଝର ବୌଦ୍ଧ, ସମ୍ବଲପୁର ଓ ଖୋର୍ଦ୍ଦା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍‌ରେ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ, ଆଜି ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୬୭ ସଂକ୍ରମିତଙ୍କ ମଧ୍ୟରୁ ୬୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଦୁଇ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍୧୬୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୬୬ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି।

Leave a Reply

Your email address will not be published.