ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪୦୧ କରୋନା ଆକ୍ରାନ୍ତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଶୁକ୍ରବାର ସୁସ୍ଥ ହୋଇଛନ୍ତି ଆଉ ୮୪୦୧ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୪ ଲକ୍ଷ ୩୧ ହଜାର ୬୫୮ରେ ପହଞ୍ଚିଛି । ଏ ନେଇ ଟ୍ବିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାର ସର୍ବାଧିକ ୧୮୨୫ ଜଣ ରହିଛି ।
ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୧୨୨୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୧୨୪୦୦ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୧୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୩୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏଥି ମଧ୍ୟରୁ ୮୬୯୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୩୧୬୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୪୧୮୨୧୭ସାମ୍ପୁଲ ଟେଷ୍ଟ୍ ହୋଇଛି ।