ଭୁବନେଶ୍ୱରରୁ ଆଜି ୮୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ରାଜଧାନୀ ଭୁବନେଶ୍ୱରରୁ ଆଉ ୮୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୬୫ଟି କ୍ୱାରେଣ୍ଟାଇନ କେସ୍ ଥିବା ବେଳେ ୨୪ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୬୮ରେ ପହଁଚିଛି । ଏହାସହ ୧୦୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ତେବେ ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରେ ୩୦୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି । ସେମାନଙ୍କ ମଧ୍ୟରୁ ୧୭୯୮ଜଣ ସୁସ୍ଥ ହୋଇଛନ୍ତି ଓ ୧୮ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୨୫୦ଜଣ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Leave a Reply

Your email address will not be published. Required fields are marked *