ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୫ଜଣ , ଗଜପତି , ସୁନ୍ଦରଗଡ଼ , କେନ୍ଦୁଝର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୩୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୧୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୨୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.