ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୯ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, ସମ୍ବଲପୁର, ଖୋର୍ଦ୍ଧା, କନ୍ଧମାଳ, କଟକ, ପୁରୀ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୩୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୩୨୧୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୯୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୫୯୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।