ରାଜଧାନୀରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରେ ଆଉ ୯ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟାଇନରେ ଥିବା ବେଳେ ୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ ।ଏହାସହ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୮୩କୁ ବୃଦ୍ଧି ପାଇଛି ।
୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ମଧ୍ୟରୁ ୪ଟି ଶିରିପୁର ଲକ୍ଷ୍ମୀବଜାର ବସ୍ତି ଲିଙ୍କ୍ରୁ ଚିହ୍ନଟ ହୋଇଥିବାବେଳେ RBI ଅଫିସ୍ ପାଖ ଏକ ଘରୋଇ ସିକ୍ୟୁରିଟି ଗାର୍ଡ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଏକ ଘରୋଇ ହସ୍ପିଟାଲର ୩ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ବୋଲି ସୂଚନା ଦିଆଯାଇଛି।ତେବେ ଭୁବନେଶ୍ୱରରେ ଆଉ ୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ନୂଆ ଆକ୍ରାନ୍ତ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୮୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪୮ଜଣ ସୁସ୍ଥ ହୋଇ ଥିବାବେଳେ ୧୩୧ ଜଣ ଚିକିତ୍ସାଧୀନ ଅଛନ୍ତି। ୩ ଜଣଙ୍କ ମୃତ୍ୟୁ ଘଟିଛି।