ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୦ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୪୭୮କୁ ବୃଦ୍ଧି
ବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ଆଉ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
ନୂତନ ଭାବେ ଚିହ୍ନଟ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧୂକ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ଗଞ୍ଜାମରୁ ୨୨ଜଣ , ଢେଙ୍କାନାଳରୁ ୧୦ , ଭଦ୍ରକରୁ ୯ ଓ ନୟାଗଡ଼ରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାବ୍ୟତୀତ ବରଗଡ଼ , ସମ୍ବଲପୁର , ଅନୁଗୁଳ , ବାଲେଶ୍ବର ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୦୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୭ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।