ରାଜ୍ୟରେ ଚିହ୍ନଟ ହେଲେ ୯୦୨କରୋନା ସଂକ୍ରମିତ, ୩୦୭୯୦୬ ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୯୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୯୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୨୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୭୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦ଜଣ, ବାଲେଶ୍ୱର ଜିଲ୍ଲାରୁ ୩୯ଜଣ, ବରଗଡ଼ ଜିଲ୍ଲାରୁ ୩୭ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୨୬ଜଣ, କଟକ ଜିଲ୍ଲାରୁ ୭୦ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୨୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୩ଝଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୮ଜଣ, କୋରାପୁଟ ଜିଲ୍ଲାରୁ ୧୦ଜଣ, ମାଲକାନଗିରି ଜିଲ୍ଲାରୁ ୫ଝଣ, ମୟୁରଭଞ୍ଜ ଜିଲ୍ଲାରୁ ୮୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୨୬ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୪୩ଜଣ, ସୋନପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୫ଜଣ, ଷ୍ଟେଟ ପୁଲରୁ ୧୩ଜଣ ରହିଛନ୍ତି ।

Leave a Reply

Your email address will not be published.