ଆଜି କରୋନାରୁ ଆରୋଗ୍ୟ ହେଲେ ୯୮୭୦ ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟାରେ ଓଡିଶାରେ ୯୮୭୦ ଆକ୍ରାନ୍ତ ସୁସ୍ଥ  ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥ ରୋଗୀଙ୍କ ସଂଖ୍ୟା ୫୫୬୫୦୧ରେ ପହଞ୍ଚିଛି। ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଗୁରୁବାର ଟ୍ଵିଟ୍ ଯୋଗେ ଏହାର ସୂଚନା ଦେଇଛି।

ବିଭାଗ ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୭୩ ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ସେହି ପରି ସୁନ୍ଦରଗଡ ଜିଲ୍ଲାରୁ ୭୮୯, ନୂଆପଡାରୁ ୬୫୦, କଟକରୁ ୬୪୬, ଅନୁଗୋଳରୁ ୫୯୨, ବଲାଙ୍ଗୀରରୁ ୪୨୫, ଝାରସୁଗୁଡାରୁ ୩୫୭, ସମ୍ବଲପୁରରୁ ୩୫୬, ନବରଙ୍ଗପୁରରୁ ୩୫୪, ଗଞ୍ଜାମରୁ ୩୨୫, ବାଲେଶ୍ଵରରୁ ୩୧୩, ବରଗଡରୁ ୨୬୪, ଜଗତସିଂହପୁରରୁ ୨୩୩, ମୟୂରଭଞ୍ଜରୁ ୨୨୩, କଳାହାଣ୍ଡିରୁ ୨୧୫, ବୌଦ୍ଧରୁ ୨୧୪, କେନ୍ଦୁଝରରୁ ୨୦୩ କୋଭିଡ୍-୧୯ ରୋଗୀ ସୁସ୍ଥ ହୋଇଛନ୍ତି।

Leave a Reply

Your email address will not be published. Required fields are marked *