ରାଜ୍ୟରେ ଆଉ ୧୦୨ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, (ଓଡ଼ିଶା ଟାଇମ୍‌): ରାଜ୍ୟରେ ଆଉ ୧୦୨ କୋରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ୯୭୮ ରେ ପହଞ୍ଚିଲା ଆକ୍ରାନ୍ତ ସଂଖ୍ୟା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଏହି ନୂତନ ୧୦୨ କୋରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁର ଜିଲ୍ଲାରେ ସର୍ବାଧିକ ଚିହ୍ନଟ ହୋଇଛି । ଯାଜପୁର ଜିଲ୍ଲାରୁ ୩୧ ଜଣ ଆକ୍ରାନ୍ତଙ୍କ ଚିହ୍ନଟ ହୋଇଥିବା ବେଳେ ଜଗସିଂହପୁର ଜିଲ୍ଲାରୁ ୨୩, ଭଦ୍ରକ ୨୧, କେନ୍ଦ୍ରାପଡାରୁ ୮ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି ପୁରୀ ୪, କଟକ ୪ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱର ୨, ସମ୍ବଲପୁର ୨, ଅନଗୁଳ ୨ ଓ ନୟାଗଡ ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ଏହି ୧୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ ଆକ୍ରାନ୍ତ କ୍ୱାରେଣ୍ଟାଇନ ସେଣ୍ଟରରେ ଥିବା ବେଳେ ଅନ୍ୟ ୫ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡିଛି । ସୁଚନାମୁତାବକ, ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୮ ରେ ପହଞ୍ଚିଥିବା । ସେମାନଙ୍କ ମଧ୍ୟରୁ ୨୭୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୯୬ ଜଣ ଆକ୍ରାନ୍ତ ରାଜ୍ୟରେ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Leave a Reply

Your email address will not be published.