ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ଗଡିଲା, ୫୧ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,(ଓଡିଶା ଟାଇମ୍): ରାଜ୍ୟରେ ଆଉ ୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନ୍ୟ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଫଳରେ ରାଜ୍ୟରେ କୋରୋନା ମୃତ୍ୟୁ ସଂଖ୍ୟା ୭ କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ନୂଆ ୫୧ ଆକ୍ରାନ୍ତଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୧୧ଜଣ, କଳାହାଣ୍ଡିରୁ ୧୧ଜଣ, କଟକରୁ ୯ଜଣ, ଯାଜପୁରରୁ ୫ଜଣ, ଗଞ୍ଜାମ ୪ଜଣ, ପୁରୀରୁ ଜଣେ, ଜଗତସିଂହପୁରରୁ ୨ଜଣ, ଅନୁଗୁଳରୁ ୨ଜଣ, ସମ୍ବଲପୁରରୁ ୨ଜଣ, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନାମୁତାବକ, ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୭୫୩ ଜଣ ଚିକିତ୍ସାଧୀନ ଥିବାବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି । ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।