ରାଜ୍ୟରେ ସୁସ୍ଥ ହେଲେ ଆଉ ୮୪ ଜଣ କୋରୋନା ଆକ୍ରାନ୍ତ
ଭୁବନେଶ୍ଵର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ସୁସ୍ଥ ହେଲେ ଆଉ ୮୪ କୋରୋନା ସଂକ୍ରମିତ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ସୂଚନା ଦିଆଯାଇଛି । ଗତକାଲି ୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨୪ଜଣ ଗଞ୍ଜାମ ଜିଲ୍ଲାର ଥିବା ବେଳେ ୧୮ଜଣ ଯାଜପୁର, ୧୧ଜଣ ବାଲେଶ୍ୱରର , ୭ଜଣ କଟକର, ୬ଜଣ ଭଦ୍ରକ , ୫ଜଣ କେନ୍ଦ୍ରାପଡାର , ୪ଜଣ ଲେଖାଏ ଖୋର୍ଦ୍ଧା ପୁରୀର ରହିଛନ୍ତି । ସେହିପରି ୨ଜଣ ଲେଖାଏଁ ନୟାଗଡ ଓ ମୟୁରଭଞ୍ଜର ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଆଜି ଗୋଟିଏ ଦିନରେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୧୭ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୭୯ ସଂକ୍ରମିତଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି ।
ସୂଚନାମୁତାବକ, ରାଜ୍ୟରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ମୋଟ ବର୍ତ୍ତମାନ ସୁଦ୍ଧା୧୫୧୭ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଏବେବି ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ୭୭୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।