ଆଉ ୯୬ କରୋନା ଆକ୍ରାନ୍ତ ଚିହ୍ନଟ, ୧୮ଶହ ଟପିଲା ସଂଖ୍ୟା
ଭୁବନେଶ୍ବର (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ଟି ଜିଲ୍ଲାରୁ ନୂତନ ଭାବେ ଚିହ୍ନଟ ଏହି ୯୬ ଜଣଙ୍କ ମଧ୍ୟରୁ ସମସ୍ତେ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ୯୬ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, ଦେବଗଡ ଜିଲ୍ଲାରୁ ୪ ଜଣ,ବାଲେଶ୍ବର ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୬ ଜଣ, ପୁରୀ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡା ଜିଲ୍ଲାରୁ ୧୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬ ଜଣ, ନୟାଗଡ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, ଗଜପତି ଜିଲ୍ଲାରୁ ୧୦ ଜଣ, ନୂଆପଡା ଜିଲ୍ଲାରୁ ୪ ଜଣ ଏବଂ ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୮୧୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୯୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।