୧୨୯ କୋରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ସର୍ବାଧିକ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସମସ୍ତ ୧୨୯ ସଂକ୍ରମିତଙ୍କ ତଥ୍ୟ ଦେଇଛନ୍ତି ସରକାର । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧତ୍କ ୧୮ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଗଜପତିରୁ ୧୬ଜଣ, ନୂଆପଡ଼ାରୁ ୧୨ଜଣ, ବଲାଙ୍ଗିରରୁ ୧୧ଜଣ, ଗଞ୍ଜାମ ଓ ଯାଜପୁରରୁ ୧୦ ଜଣ ଲେଖାଏ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ବାଲେଶ୍ୱର, ସୁନ୍ଦରଗଡ଼, ମୟୂରଭଞ୍ଜ ଓ ବରଗଡ଼ରୁ ୬ଜଣ ଲେଖାଏ,କଟକରୁ ୫ଜଣ, ଦେବଗଡ଼ରୁ ୪ଜଣ, ପୁରୀରୁ ୪ଜଣ, କେନ୍ଦୁଝରରୁ ୩ଜଣ ଓ ଜଗତସିଂହପୁରରୁ ୨ଜଣ, ମାଲକାନଗିରି, ଢେଙ୍କାନାଳ ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
କେନ୍ଦ୍ରାପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୮ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୬ ଜଣ ଗୁଜୁରାଟରୁ, ୪ ଜଣ ତାମିଲନାଡୁରୁ ଏବଂ ୨ ଜଣ ପଶ୍ଚିମବଙ୍ଗରୁ ଫେରିଥିଲେ । ଅନ୍ୟ ୬ ଜଣ ସ୍ଥାନୀୟ ଲୋକ ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଗଜପତି ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୬ ଜଣ ସଂକ୍ରମିତ ମହାରାଷ୍ଟ୍ରରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କେନ୍ଦୁଝର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୩ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ନୂଆପଡା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୨ ଜଣ ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ ମହାରାଷ୍ଟ୍ରରୁ ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବଲାଙ୍ଗୀର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୧ ଜଣ ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ ମହାରାଷ୍ଟ୍ରରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଅନ୍ୟ ଦୁଇ ଜଣ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ ସୁରଟରୁ, ଜଣେ ଦିଲ୍ଲୀରୁ, ଜଣେ ମହାରାଷ୍ଟ୍ରରୁ ଏବଂ ଜଣେ ତେଲେଙ୍ଗାନାରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଯାଜପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୧୦ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ପଶ୍ଚିମବଙ୍ଗରୁ, ୪ ଜଣ ଗୁଜୁରାଟରୁ ଏବଂ ୨ ଜଣ ଦୁବାଇରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୭ ଜଣ ସଂକ୍ରମିତ ଗୁଜୁରାଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଦେବଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତ ତାମିଲନାଡୁରୁ ଫେରିଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ବାଲେଶ୍ବର ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ ମହାରାଷ୍ଟ୍ର ଏବଂ ଜଣେ ତାମିଲନାଡୁରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ବରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ୪ ଜଣ ତେଲେଙ୍ଗାନା ଏବଂ ଜଣେ ଆନ୍ଧ୍ରପ୍ରଦେଶରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି ।
ସେହିପରି ସୁନ୍ଦରଗଡ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ରରୁ, ଜଣେ ପଶ୍ଚିମବଙ୍ଗରୁ ଏବଂ ଜଣେ ଝାଡଖଣ୍ଡରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମୟୁରଭଞ୍ଜ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୬ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ ମହାରାଷ୍ଟ୍ର ଏବଂ ୨ ଜଣ କର୍ଣ୍ଣାଟକରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । କଟକ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ ଜଣ ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଏମାନଙ୍କ ମଧ୍ୟରୁ ଜଣେ ଆନ୍ଧ୍ରପ୍ରଦେଶ, ଜଣେ ମହାରାଷ୍ଟ୍ର, ଜଣେ ତାମିଲନାଡୁ ଏବଂ ଜଣେ ଗୁଜୁରାଟରୁ ଫେରିଥିଲେ । ଅନ୍ୟ ଜଣେ ସ୍ଥାନୀୟ ବାସିନ୍ଦା ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଛନ୍ତି । ପୁରୀ ଜିଲ୍ଲାରୁ ଚିହ୍ନଟ ହୋଇଥିବା ୪ ଜଣ ସଂକ୍ରମିତଙ୍କ ମଧ୍ୟରୁ ୨ ଜଣ ମହାରାଷ୍ଟ୍ର, ଜଣେ ଗୁଜୁରାଟ ଏବଂ ଜଣେ ପଶ୍ଚିମବଙ୍ଗରୁ ଫେରିଥିଲେ । ସମସ୍ତେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।
ସେହିପରି ସମ୍ବଲପୁର ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ଗୁଜୁରାଟରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ମାଲକାନଗିରି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ତାମିଲନାଡୁରୁ ଫେରି କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ଜଗତସିଂହପୁର ଜିଲ୍ଲାରୁ ଟିହ୍ନଟ ହୋଇଥିବା ୨ ଜଣ ସଂକ୍ରମିତଙ୍କ ମଧ୍ୟରୁ ଜଣେ ପଶ୍ଚିମବଙ୍ଗରୁ ଫେରିଥିବା ବେଳେ ଜଣେ କର୍ଣ୍ଣାଟକରୁ ଫେରିଖିଲେ । ଉଭୟ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ । ସେହିପରି ଢେଙ୍କାନାଳ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କ ମହାରାଷ୍ଟ୍ରରୁ ଫେରିଥିବା ବେଳେ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିଲେ ।