ଆଜି ଓଡିଶାର ବିଭିନ୍ନ ସ୍ଥାନରେ ହେବ ପ୍ରବଳ ବର୍ଷା, ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ଏହାଠାରୁ ଅଧିକ ରହିବ। ୫ ଜିଲ୍ଲାରେ ପ୍ରବଳ ବର୍ଷା ସହ ୧୩ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଗଞ୍ଜାମ,ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ୧୩ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ସମେତ ଖୋର୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ,ମାଲକାନାଗିରି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏହି ସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ିଘଡ଼ି ସହ ବର୍ଷା ହେବ। ଏଥିସହ ଗଞ୍ଜାମ ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ।