ରାଜ୍ୟ ପାଇଁ ଖୁସି ଖବର, ସୁସ୍ଥ ହେଲେ ଆଉ ୧୪୯ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ ) :  ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଉ ୧୪୯ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ସହ ରାଜ୍ୟରେ କରୋନା ଆକ୍ରାନ୍ତ ସୁସ୍ଥଙ୍କ ସଂଖ୍ୟା ୨୨୮୨ କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୧୪୯ କରୋନା ସଂକ୍ରମିତଙ୍କ ମଧ୍ୟରେ ସର୍ବାଧିକ ଗଞ୍ଜାମ ଜିଲ୍ଲାରେ ସୁସ୍ଥ ହୋଇଛନ୍ତି ।

ସୁସ୍ଥଙ୍କ ମଧ୍ୟରୁ ଗଞ୍ଜାମରୁ ୫୭, ଖୋର୍ଦ୍ଧାରୁ ୨୬, ବଲାଙ୍ଗୀରରୁ ୧୧, ଜଗତସିଂହପୁରରୁ ୮, ବାଲେଶ୍ୱରରୁ ୭, ଯାଜପୁରରୁ ୭, ନୟାଗଡ଼ରୁ ୭, ଭଦ୍ରକରୁ ୫, କେନ୍ଦ୍ରାପଡ଼ାରୁ ୫, ପୁରୀରୁ ୫, ସୁନ୍ଦରଗଡ଼ରୁ ୪, କେନ୍ଦୁଝରରୁ ୩, କଟକରୁ ୨, ବୈାଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

ସେହିଭଳି ଆଜି ୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ । ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଖବର ଲେଖାଯିବା ସୁଦ୍ଧା, ରାଜ୍ୟରେ ବର୍ତ୍ତମାନ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଥିବା ବେଳେ ସୁସ୍ଥ ହୋଇଛନ୍ତି ୨୨୮୨ ଓ ୯ ଜଣଙ୍କର ମୃତ୍ୟୁ ହୋଇଛି । 

Leave a Reply

Your email address will not be published.