ଡାକ୍ତରଙ୍କୁ କରୋନା : କଳାହାଣ୍ଡିର ୨ ମହିଳା ଡାକ୍ତର ସଂକ୍ରମିତ

ଭୁବନେଶ୍ବର , (ଓଡିଶା ଟାଇମ୍) : ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(CHC)ର ୨ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍‌ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି।ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲାରେ ୩ ନୂତନ ଆକ୍ରାନ୍ତ ଚିହ୍ନଟ ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧ରେ ପହଞ୍ଚିଛି । ସେଥିମଧ୍ୟରୁ ୨୦ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୨୧ ଜଣ ଭବାନୀପାଟଣା କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୭ଦିନ କ୍ୱାରେଣ୍ଟିନ୍‌ରେ ରହିବା ପରେ ଘରେ ଆଉ ୭ଦିନ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ସମୟରେ ପ୍ରବାସୀ ଜଣକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଯାଇଥିଲେ। ସେଠାରେ ଉକ୍ତ ୨ ମହିଳା ଡାକ୍ତର ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। କରୋନା ଟେଷ୍ଟ୍‌ କରାଯିବା ପରେ ସମ୍ପୃକ୍ତ ପ୍ରବାସୀଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଏହାପରେ ତାଙ୍କର ଚିକତ୍ସା କରିଥିବା ୨ ମହିଳା ଡାକ୍ତରଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯାଇଥିଲା। ସେମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା, ଯେଉଁଥିରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଦୁଇ ଡାକ୍ତରଙ୍କୁ କୋଭିଡ୍‌ ହସ୍ପିଟାଲ୍‌କୁ ପଠାଯାଇ ସେମାନଙ୍କର ଚିକିତ୍ସା କରାଯାଉଛି।

Leave a Reply

Your email address will not be published. Required fields are marked *