ରାଜ୍ୟରେ ଆଉ ୧୪୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦୫୫କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୪୬କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୫୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୮ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା  କନ୍ଧମାଳ ଜିଲ୍ଲାରୁ ୪୮ଜଣ,  ଭଦ୍ରକ ଜିଲ୍ଲାରୁ ୧୯ଜଣ,ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ନୟାଗଡ ଜିଲ୍ଲାରୁ ୪, ଝାରସୁଗୁଡା ଜିଲ୍ଲାରୁ ଜଣେ, ରାୟଗଡା ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୯ଜଣ, ଜଗତସିଂହପୁର ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଅନୁଗୁଳ ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିଭଳି ଓଡ୍ରାଫ୍/ଏନଡିଆରଏଫ/ଅଗ୍ନିଶମ ସେବାର ୯ କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏହି କର୍ମଚାରୀମାନେ ପଶ୍ଚିମବଙ୍ଗରୁ ଅମ୍ଫାନ୍‌ର ଡ୍ୟୁଟି ସାରି ଫେରିଥିଲେ ।

 

Leave a Reply

Your email address will not be published.