ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କରୋନା ସଂକ୍ରମିତ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୦୮କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୫ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।  

ଏହି ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୫ ଜଣ କାରେଣ୍ଟାଇରେ ଥିଲେ । ବାକି ୧୩ଟି ହେଉଛି ଲୋକାଲ୍ କେସ୍ । ନୂଆ ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧୂକ ୨୧ ଜଣ ଅଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରୁ ୫ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୭ , କେନ୍ଦ୍ରାପଡ଼ାରୁ ୯ , ବାଲେଶ୍ବରରୁ ୪ , ଜଗତସିଂହପୁରରୁ ୯ , ଗଞ୍ଜାମରୁ ୮ . ପୁରୀରୁ ୧୫ , ଗଜପତିରୁ ୭ ଓ ସୁନ୍ଦରଗଡ଼ରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୋଳ , କଟକ , କଳାହାଣ୍ଡି , ବରଗଡ଼ ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଅଖୀନ ଡ୍ୟୁଟି ସାରି ପଶ୍ଚିମ ବଙ୍ଗରୁ ଫେରିଥିବା ଆଉ ୧୬ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

Leave a Reply

Your email address will not be published.