ଭୁବନେଶ୍ବରରୁ ଚିହ୍ନଟ ହେଲେ ଆଉ ଜଣେ କରୋନା ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ହୁ ହୁ ହୋଇ ବୃଦ୍ଧି ପାଉଛି । ରାଜଧାନୀ ଭୁବନେଶ୍ଵର ରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏ ନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତ ଜଣଙ୍କୁ ମିଶାଇ ଭୁବନେଶ୍ବରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି ।

ଏଥିମଧ୍ୟରୁ ୯୩ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ୮୮ଟି ଆକ୍ଟିଭ୍ କେସ୍ ରହିଛି ।

ସଂକ୍ରମିତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର । ତାଙ୍କ ବୟସ ୭୩ ବର୍ଷ । ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ।

ସେ ପୂର୍ବରୁ ସଂକ୍ରମିତ ହୋଇଥିବା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Leave a Reply

Your email address will not be published.